ତାରାତାରିଣୀ ମନ୍ଦିରରୁ ଚୋରି : ମା’ଙ୍କ ରୁପା ମୁକୁଟ ସହ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି 

0

ଗଞ୍ଜାମ, ତାରାତାରିଣୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗଞ୍ଜାମ ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ମନ୍ଦିରରେ ଲୁଟ୍ । ମନ୍ଦିରରେ ପଶି ମାଆଙ୍କ ସୁନା, ରୁପା ଅଳଙ୍କାର ସମେତ ଲୁଟିନେଲେ ଟଙ୍କା । ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

ଗତକାଲି ବିଳମ୍ବିତ ରାତିରେ ମା’ଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଲୁଟେରା । ସେମାନେ ପ୍ରାୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ଫେରାର ହୋଇ ଯାଇଛନ୍ତି।

ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ୁଛି, ଗତକାଲି ମଧ୍ୟ ରାତ୍ରରେ ଦୁର୍ବୃତ୍ତମାନେ ମନ୍ଦିରର ଗ୍ରିଲ ଭାଙ୍ଗି ଭିତରେ ପଶିଥିଲେ । ଏହାପରେ ସେମାନେ ମା’ଙ୍କ ରୂପା ମୁକୁଟ, ଛତ୍ରି, ସହ ବାହାର ହୁଣ୍ଡିରୁ ଲୁଟ କରିଥିଲେ । ସେମାନେ ପ୍ରାୟ ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ଟଙ୍କା ନେଇ ଯାଇଥିବା ଜଣାଯାଇଛି ।

ଖବର ପାଇ ଆଜି ସକାଳୁ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମା’ଙ୍କ ମନ୍ଦିରରେ କିପରି ଲୁଟେରାମାନେ କଳାକନା ବୁଲାଇଦେଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ।

LEAVE A REPLY

Please enter your comment!
Please enter your name here