ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ । ପ୍ରତିବର୍ଷ ମେ ୧ ରେ ଏହି ଶ୍ରମିକ ଦିବସ ପାଳିତ ହେଉଛି । ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେଇ ଏହି ଶ୍ରମିକ ଦିବସ ପାଳିତ ହେଉଛି । ଏହା ଯେ କେବଳ ଶ୍ରମିକ ମାନଙ୍କ ପ୍ରତି ସମ୍ମାନର ବିଷୟ ତା ନୁହେଁ ସେମାନଙ୍କର ଅଧିକାର ପ୍ରତି ଗୁରୁତ୍ୱ ଦେବା ଦରକାର । ୮ ଘଣ୍ଟା କାର୍ଯ୍ୟ ସମୟ ଦାବୀରୁ ଜନ୍ମ ନେଲା ବିଶ୍ୱ ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ୱ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ୧୮୮୪ ମସିହାଠାରୁ ଏହି ଦାବୀ ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ୱର ସମସ୍ତ ସ୍ୱାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଆମ ଦେଶରେ ୧୯୨୩ ମସିହାରୁ ଏହି ଦିବସ ପାଳନର ଧାରା ବଳବତ୍ତର ରହିଥିବା ବେଳେ ଏବେ ବିଶ୍ବର ପ୍ରାୟ ୧୬୦ରୁ ଅଧିକ ଦେଶରେ ଏହି ଦିବସ ପାଳନ କରାଯାଉଛି।

LEAVE A REPLY

Please enter your comment!
Please enter your name here