ଆଜି ଶେଷ ରଜ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରଜ ପାଇଁ ଉତ୍ସଵ ମୁଖର ଓଡିଶା । ଆଜି ହେଉଛି ଶେଷ ରଜ । ସବୁଠି ମହାଆଡମ୍ବରରେ ହେଉଛି ଉତ୍ସବ । ଗାଁଠୁ ରାଜଧାନୀ ପର୍ଯ୍ୟନ୍ତ ଚାଲିଛି ରଜ ମଉଜ। କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା ନେଇଛନ୍ତି ଝିଅ ଓ ବୋହୂ। ପିଠାପଣାର ମହକରେ ବାସୁଛି ଗାଁ ଗଣ୍ଡା । ସବୁଠି ପୋଡ଼ ପିଠା ସାଙ୍ଗକୁ ରଜ ପାନର ଆଦର। ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି । ଅନେକ ଗାଁରେ ଆୟୋଜିତ ହେଉଛି ଦୋଳି ଓ କବାଡ଼ି ଖେଳ ପ୍ରତିଯୋଗିତା । ଶେଷ ରଜକୁ ଆଜି ଖୁବ୍ ଧୁମଧାମରେ ପାଳନ କରୁଛନ୍ତି କୁଆଁରୀ। ସେଥିପାଇଁ ଶେଷ ରଜରେ ପିଠା, ମିଠା, ପାନର ବାସ୍ନାରେ ଗାଁଠୁ ସହର ମହକି ଉଠୁଛି। ରାଜ୍ୟର ଅନେକ ସ୍ଥାନ ବିଶେଷ କରି ଉପକୂଳ ଜିଲ୍ଲା ଗୁଡିକରେ ପିଠା , ମିଠା , ପାନ ଓ ଦୋଳିର ଆସର ସାଙ୍ଗକୁ ପାରମ୍ପରିକ ନାଚଗୀତର ପ୍ରତିଯୋଗୀତା, ଏହାସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ରଜ ମାହୋଲକୁ ଆହୁରି ରଙ୍ଗୀନ କରୁଛି। ପ୍ରତିଟି ଘରେ ଜମୁଛି ତାସ ଓ ଲୁଡୁ ଖେଳର ଆସର। ବିଭିନ୍ନ ସ୍ଥାନରେ ପୁଚି ଓ କବାଡି ପ୍ରତିଯୋଗୀତା କରାଯାଉଛି। ରଜ ପାଇଁ ବାହାରେ ରହୁଥିବା ଲୋକ ନିଜ ନିଜ ଘରକୁ ଆସିଛନ୍ତି। ଘରେ ଘରେ କୁଣିଆ ଓ ବନ୍ଧୁ ବାନ୍ଧବ। ପରିବାର ସଦସ୍ୟ ଏକାଠି ହୋଇ ପିଠା ମିଠା ଖାଇ ପବିତ୍ର ରଜପର୍ବକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହକାରେ ପାଳନ କରୁଥିବା ଦେଖିବାକୁ ମିଳିଛି।

LEAVE A REPLY

Please enter your comment!
Please enter your name here