ଆଜି ପବିତ୍ର ଜନ୍ମାଷ୍ଟମୀ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ହିନ୍ଦୁ ସଂସ୍କୃତିରେ ଏହି ପବିତ୍ର ଦିନର ବେଶ୍‌ ମହତ୍ତ୍ୱ ରହିଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ। ସବୁଠି ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ। ସାରା ଭାରତ ନୁହେଁ ବରଂ ସାରା ବିଶ୍ୱରେ ବେଶ ଧୁମଧାମରେ ପାଳିତ ହେଉଛି ଏହି ପର୍ବ। ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଭଜନ କୀର୍ତ୍ତନ କରିଥାନ୍ତି।

 

କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂଶର ଭୟରେ ଢୁ ଢୁ ବର୍ଷା ରାତିରେ ପିତା ବାସୁଦେବ ଉଛୁଳା ଯମୁନା ନଦୀ ମଧ୍ୟରେ ଶ୍ରୀକୃଷ୍ଣଙ୍କୁ ଗୋପପୁରକୁ ନେଇଥିଲେ । ସେଠୁ ବିଜୁଳି କନ୍ୟାକୁ ସାଙ୍ଗରେ ନେଇ ଆସିଥିଲେ । ଗୋପପୁରରେ ନନ୍ଦ ରାଜାଙ୍କ ପୁଅ ଭାବେ ପାଳିତ ହୋଇଥିଲେ ଶ୍ରୀକୃଷ୍ଣ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଗାଁଠୁ ସହର ସବୁଠି ଏହି ଦିନ ଉତ୍ସବମୂଖର ହୋଇଉଠେ ।

LEAVE A REPLY

Please enter your comment!
Please enter your name here