ଆଜି ବିଜେଡିର ପ୍ରତିଷ୍ଠା ଦିବସ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ବିଜେଡି ପାଳୁଛି ୨୮ ତମ ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ । ଯେଉଁଥିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସକାଳ ୧୧ଟାରେ ଯୋଗ ଦେଇ ଉଦବୋଧନ ଦେବେ । ତାଙ୍କ ଉଦବୋଧନକୁ ଉତ୍ସାହ ସହ ଅପେକ୍ଷା କରିଛନ୍ତି ବିଜେଡି ନେତା ଓ କର୍ମୀ । ଶଙ୍ଖ ଭବନ ସହ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବି ପ୍ରତିଷ୍ଠା ଦିବସ ପାଳନ କରାଯିବ । ନବୀନଙ୍କ ନେତୃତ୍ବରେ ଗତ ୨୭ ବର୍ଷ ଧରି ଉତ୍ସର୍ଗୀକୃତ ମନୋଭାବ ନେଇ ନିଷ୍ଠାପର ଭାବେ ଜନସେବା ଯୋଗାଇ ଆସୁଛି ବିଜେଡି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିକଶିତ ଓଡ଼ିଶାର ସ୍ବପ୍ନକୁ ସାକାର କରିବାରେ ନବୀନଙ୍କ ରହିଛି ବଡ଼ ଉଦ୍ୟମ । ଯାହା ବିଜେଡିକୁ ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ସହ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ବିକାଶର ଏଜେଣ୍ଡା ନେଇ ନବୀନ ଓଡ଼ିଶାକୁ ଆସିଥିଲେ । ଯାହା ପୂରଣ କରିବାକୁ ସେ ଦିନରାତି ଏକ କରି ଦେଇଥିଲେ । ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ଦରଦାମ ବୃଦ୍ଧି, ଅନାହାର ମୃତ୍ୟୁ ପରି କଳଙ୍କ ପୁଣି ଥରେ ଓଡ଼ିଶାକୁ ଫେରୁଥିବା ଅଭିଯୋଗ ଉଠୁଛି । ସରକାରଙ୍କ ଏହି ବିଫଳତା ସହ ନବୀନ ସରକାର ସମୟର ସଫଳତା ନେଇ ଜନସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ବିଜୁ ଜନତା ଦଳ । ଏହି ପ୍ରତିଷ୍ଠା ଦିବସ ହେବ ସଂକଳ୍ପର ଦିନ । ବିଜେଡିକୁ ଆହୁରି ଶକ୍ତିଶାଳୀ କରି ଆହୁରି ଲୋକଙ୍କ ପାଇଁ ସମର୍ପିତ ହେବାକୁ ଶପଥ ନେବେ ଦଳୀୟ ନେତା ଓ କର୍ମୀ । ଗତ ୨୭ ବର୍ଷରେ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ନୂଆ ଓଡ଼ିଶା ଗଠନ ହୋଇଛି । ଯେଉଁଥି ପାଇଁ ଗତ ନିର୍ବାଚନରେ ବିରୋଧୀ ଦଳ ଜନାଦେଶ ପାଇଥିବା ସତ୍ତ୍ବେ ୪୨ ପ୍ରତିଶତ ସହ ସର୍ବାଧିକ ଭୋଟ ହାର ପାଇଥିଲା ବିଜେଡି । ସେବା ମନୋବୃତ୍ତି ନେଇ କାମ ହିଁ ଏହି ବିଶ୍ବାସର ମାଧ୍ୟମ ସାଜିଛି ।

LEAVE A REPLY

Please enter your comment!
Please enter your name here