ରେଙ୍ଗାଳବେଡା ଛକ ନିକଟରେ ଟ୍ରଲର ଦୁର୍ଘଟଣା ଗ୍ରସ୍ତ, ଚାଳକ ଗୁରୁତର

0

ସୁନ୍ଦରଗଡ଼ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ଛକ ନିକଟରେ ଆଜି ଏକ ଟ୍ରଲର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଟ୍ରଲର କୋଇଡା ବାଏପାସ୍ ଦେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଗଡି ଯାଇ ଏକ ଗଛରେ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଚାଳକ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ରହିଛି।

LEAVE A REPLY

Please enter your comment!
Please enter your name here