ବିପ୍ଲବୀ ପରିକ୍ରମା ବ୍ୟୁରୋ :- କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍ ପୁଣି ଅସୁସ୍ଥ । ଦିଲ୍ଲୀ ଏମସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସୁନ୍ଦରଗଡ଼ର ସାଂସଦ ଜୁଏଲ ଓରାମ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି । ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ ଜୁଏଲ୍ । ଏବେ ପୁଣି ଥରେ ଅସୁସ୍ଥ ହେବା ପରେ ତାଙ୍କୁ ଦିଲ୍ଲୀ ଏମସର ଛାତି ରୋଗ ବିଭାଗରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି…ନିକଟରେ ତାଙ୍କ ପତ୍ନୀ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି । କେନ୍ଦ୍ରମନ୍ତ୍ରୀ ବି ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି ହୋଇଥିଲେ ।