କନ୍ୟା ବିବାହ ଯୋଜନା’ରେ ବିଧବା ହେବେ ଅନ୍ତର୍ଭୁକ୍ତ : ମୋହନ ମାଝୀ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗରିବ ବାପା, ମା’ଙ୍କ ଉପରୁ ଝିଅ ବାହାଘରର ବୋଝ ହାଲୁକା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ପୂର୍ବରୁ ରାଜ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମ ବିବାହ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଭିନ୍ନ ଜାତି ବିବାହ ଏବଂ ଶ୍ରମ ବିଭାଗ ପକ୍ଷରୁ ନିର୍ମାଣ ଶ୍ରମିକ ସହାୟତା କାର୍ଯ୍ୟକ୍ରମରେ କନ୍ୟା ବିବାହ ପାଇଁ ସହାୟତା ପ୍ରଦାନ କରାଯାଉଛି। କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଗରିବ, ଅସହାୟ ତଥା ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳ ନଥିବା ପରିବାରର କନ୍ୟା ବିବାହ ପାଇଁ ବିଶେଷ ସହାୟ ହେବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏହି ଯୋଜନାରେ ବିଧବାମାନଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥି ସହ ସରକାରୀ ସ୍ତରରେ ଝିଅ ପାଇଁ ଉପହାର ବ୍ୟବସ୍ଥା କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହି ବିବାହକୁ ସାମୂହିକ ସ୍ତରରେ ଆୟୋଜନ କରିବା ପାଇଁ ମଧ୍ୟ ସେ କହିଥିଲେ। ଯଥାଶୀଘ୍ର ସମସ୍ତ ପ୍ରକ୍ରିୟା ସମ୍ପନ୍ନ କରି ଏହି ଯୋଜନାର ଶୁଭାରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ଦାୟିତ୍ୱ ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଏହି ଯୋଜନାରେ ୧୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିସନର ଶାଳିନୀ ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here