ରାଜ୍ୟରେ ପଡିବ ଶୀତ ପ୍ରଭାବ : ହ୍ରାସ ହେବ ରାତିର ତାପମାତ୍ରା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ପଡିବ ଶୀତର ପ୍ରଭାବ । ୪ ଦିନ ପରେ ଅର୍ଥାତ ୧୫ ତାରିଖ ପରେ ରାଜ୍ୟରେ ଶୀତ ଅନୁଭବ ହେବ । ୧୫ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ଶୀତ ପଡିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏପଟେ ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ରାଜ୍ୟ ପାଇଁ ବଡ ବର୍ଷା ଏବଂ ଚେତାବନୀ ନଥିବା କହିଛି ପାଣିପାଗ ବିଭାଗ ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ଆସନ୍ତାକାଲି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୩ ତାରିଖ ଏବଂ ଆଗାମୀ ଦିନରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ୧୫ ତାରିଖରୁ ରାତି ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here