ମା ସମଲେଇ ମନ୍ଦିର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ

0

ସମ୍ବଲପୁର ( ବିପ୍ଲବୀ ପରିକ୍ରମା ):- ଚଳିତମାସ ୨୭ତାରିଖରେ ପଶ୍ଚିମଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମଲେଇ ମନ୍ଦିର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ହେବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୧୦ଦିନ ପରେ ଅର୍ଥାତ୍ ଜାନୁୟାରୀ ୨୭ରେ ଏହି ଲୋକାର୍ପଣ ଉତ୍ସବ ନିମନ୍ତେ ମା’ ସମଲେଇ ମନ୍ଦିରର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡ଼ିଆ ଦିଆଯିବ ଓ ସେମାନଙ୍କଠୁ ମା’ଙ୍କ ପାଇଁ ସିନ୍ଦୂର ସଂଗ୍ରହ କରାଯିବ । ମା’ ସମଲେଇ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି, ସଦସ୍ୟ ଓ ପୂଜାରୀମାନେ ନବୀନ ନିବାସ ଯାଇ ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନିମନ୍ତ୍ରଣ କରିଛନ୍ତି । ମା’ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

ଏହାସହିତ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡ଼ିଆ ଦିଆଯିବ ଓ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୂର ଆସିବ ବୋଲି ସେମାନେ ସୂଚନା ଦେଇଛନ୍ତି । ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ।ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ।ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।

ଜାନୁୟାରୀ ୧୭ରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରୀସ୍ତରରେ ଜୋରଦାର ପ୍ରଚାର-ପ୍ରସାର ସହ ପରିକ୍ରମା ରଥ ଘରକୁ ଘର ଗୁଆ ଓ ଅରୁଆ ଚାଉଳ ସଂଗ୍ରହ କରୁଛି । ଆଉ ଜାନୁୟାରୀ ୨୭ ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ଅନୁରୂପ ଭାବେ ପଶ୍ଚିମଓଡ଼ିଶାରେ ମଧ୍ୟ ଘରକୁ ଘର ବୁଲିବା ପାଇଁ ବ୍ୟାପକ ଆୟୋଜନ କରାଯାଇଛି । ଏହି ଦୁଇ ମନ୍ଦିର ପ୍ରକଳ୍ପ ମାଧ୍ୟମରେ କ୍ଷମତାସୀନ ବିଜେଡି ସରକାର ନିଜର ଭୋଟବ୍ୟାଙ୍କ ବୃଦ୍ଧି କରିବାର ଯୋଜନା କରିଥିବା ଚର୍ଚ୍ଚା ହେଉଛି ।

LEAVE A REPLY

Please enter your comment!
Please enter your name here